ଅଧିକାରୀଙ୍କ ବେପରୁଆ ମନୋଭାବ ଯୋଗୁ କମୁଛି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ନବରଙ୍ଗପୁର,ଏନ୍‌ଏନ୍‌ଏସ୍‌: ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ନବରଙ୍ଗପୁର ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଦିନକୁଦିନ ଅଭିଯୋଗ ସଂଖ୍ୟା କମି କମି ଯାଉଥିବାବେଳେ ଅଧିକାରୀଙ୍କ ବେପରୁଆ ମନୋଭାବ ଯୋଗୁ ଏଭଳି ହେଉଥିବା ଅଭିଯୋଗ ହେଉଛି । ଶୁଣାଣି ବେଳେ ଅଧିକାରୀ ମୋବାଇଲ ଦେଖୁଥିବା ନଜରକୁ ଆସିଛି । ଏହିି ଶିବିରରେ ବିଭିନ୍ନ ଅଞ୍ଚଳରୁ ନିଜ ନିଜର ବ୍ୟକ୍ତିଗତ, ସାମୁହିକ ସମସ୍ୟା, ଆପତ୍ତି ଓ ଅଭିଯୋଗ ଜଣାଇବା ପାଇଁ ଆସିଥିବା ମୋଟ ୫୮ ଜଣଙ୍କର ନାମ ପଞ୍ଜୀକରଣ କରାଯାଇଥିଲା । ସେଥିମଧ୍ୟରୁ ୪୯ଟି ବ୍ୟକ୍ତିଗତ ଆପତ୍ତି ଅଭିଯୋଗ ରହିଥିବା ବେଳେ ବାକି ୯ଟି ଗୋଷ୍ଠୀଗତ ରହିଥିଲା । ଏଥିରେ ବାର୍ଦ୍ଧକ୍ୟ ଭତ୍ତା, ପ୍ରଧାନମନ୍ତ୍ରୀ ଆବାସ, ରାସ୍ତା ପାଇଁ ଯାଇଥିବା ଜମିର ଅନୁକମ୍ପା ରାଶି ପ୍ରଦାନ, ସ୍କୁଲରେ ଆବଶ୍ୟକ ଶ୍ରେଣୀଗୃହ ନିର୍ମାଣ, ଡାକ୍ତରୀ ଚିକିତ୍ସା ପାଇଁ ଆର୍ôଥକ ସହାୟତା, ଉଚ୍ଚ ଶିକ୍ଷା ପାଇଁ ଆର୍ôଥକ ସହାୟତା, ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷଙ୍କ ପାଇଁ ସହାୟତା, ଚେକ୍ ଡ୍ୟାମ ନିର୍ମାଣ, ଜମି ବିବାଦ, ବଦଳି, ନିଯୁକ୍ତି ସୁଯୋଗ ଓ ଜମି ପଟ୍ଟା ଇତ୍ୟାଦି ସମସ୍ୟାର ଆପତ୍ତି ଅଭିଯୋଗକୁ ଜିଲ୍ଲାପାଳ ଡା. କମଳ ଲୋଚନ ମିଶ୍ର ଶୁଣାଣି କରି ଏସବୁର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧୀକ୍ଷକ ଏସ୍ ସୁଶ୍ରୀ, ମୁଖ୍ୟ ଉନ୍ନୟନ୍ନ ଅଧିକାରୀ ଅନ୍ୟା ଦାସ, ଉପଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ପିଏଆଇଟିଡିଏ ରାଜୀବ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁନୀଲ ଖରା, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ମଳୟ କୁମାର ତ୍ରିପାଠୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଜି.ଭେଙ୍କଟ ରେଡ୍ଡୀ, ଜିଲ୍ଲା ଯୋଗାଣ ଅଧିକାରୀ ବେଣୁଧର ପାଣିଗ୍ରାହୀ, ଜିଲ୍ଲା ଶ୍ରମ ଅଧିକାରୀ ରାଜକିଶୋର ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ ପାଲାକା ରବିନ୍ଦ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଳ, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ବିଭାଗ ଦେବର୍ଷି ନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲକ୍ଷ୍ମୀ ସାଗର ମାଝୀ ଓ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।