ଭୁବନେଶ୍ୱରରେ ଆକ୍ରାନ୍ତଙ୍କଠାରୁ ସୁସ୍ଥ ଅଧିକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଦିନକୁଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି ଓ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ୩୭ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬ଜଣ ଓ ସ୍ଥାନୀୟ ସଂକ୍ରମଣ ୨୧ଜଣ ରହିଛନ୍ତି। ଅନ୍ୟପଟେ ୫୩ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୪୯୮କୁ ବୃଦ୍ଧି ପାଇଥିବାବେଳେ ୨୯ ହଜାର ୭୧୩ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୦୮ ଜଣଙ୍କର ମୃତ୍ୟୁ ଘଟିଛି ଓ ୫୫୬ ଜଣଙ୍କ ଚିକିତ୍ସା ଜାରି ରହିଛି।