ରାଜ୍ୟରେ ହଜାରେ ଟପିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି ୭୩ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ମୋଟ ସୁସ୍ଥ ସଂଖ୍ୟା ୧୦୫୦ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ପ୍ରଦାନ କରିଛି।

ଆଜି ସୁସ୍ଥ ହୋଇଥିବା ରୋଗୀଙ୍କ ମଧ୍ୟରୁ ବୌଦ୍ଧରୁ ସର୍ବାଧିକ ୨୮, ପୁରୀରୁ ୧୧, କେନ୍ଦ୍ରାପଡ଼ାରୁ ୧୦, କଟକରୁ ୯, ଖୋର୍ଦ୍ଧାରୁ ୭, ମାଲକାନଗିରି ଓ ଅନୁଗୁଳରୁ ୨ ଲେଖାଏଁ ରହିଛନ୍ତି। ଏଥି ସହିତ ଗଞ୍ଜାମ, ବାଲେଶ୍ୱର, ଯାଜପୁର ଓ କନ୍ଧମାଳରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏଯାବତ ୧୮୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୦୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ୭୬୦ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲ ଚିକିତ୍ସିତ ହେଉଥିବାବେଳେ ୭ ଜଣଙ୍କର ମୃତ୍ୟୁ ଘଟିଛି।