ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ୧୪୪ ଜଣ କରୋନା ଭାଇରସ୍ ମହାମାରୀରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୬ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୯୯୬ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୨୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଝାରସୁଗୁଡ଼ାରୁ ୫, ବାଲେଶ୍ୱର, ଦେବଗଡ଼, ମୟୂରଭଂଜରୁ ୩-୩, ଭଦ୍ରକ, ଗଂଜାମ, ଯାଜପୁର, ପୁରୀ, ସୁନ୍ଦରଗଡ଼, ବଲାଙ୍ଗୀର, ନୟାଗଡ଼ରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୧୯ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।