ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ଜଣେ କରୋନାରେ ପ୍ରାଣ ହରାଇଛନ୍ତି। ମୃତକ ଜଣକ ଜଣେ ୩୩ ବର୍ଷିୟା ମହିଳା ହୋଇଥିବାବେଳେ ସେ କ୍ରୋନିକ କିଡନି ଓ ଉଚ୍ଚରକ୍ତ ଚାପ ରୋଗରେ ପୀଡିତ ଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ହିପରି ୧୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ଝାରସୁଗୁଡ଼ା ବ୍ଲକରୁ ୫ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୪ଜଣ, କିର୍ମିରା ବ୍ଲକରୁ ୩ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ୨ଜଣ, ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳ ଓ ଲଖନପୁର ବ୍ଲକରୁ ଜଣେ ଲେଖାଏଁ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ଝାରସୁଗୁଡାର ଆଉ ୨ଜଣ ବ୍ୟକ୍ତି ବାହାର ଜିଲ୍ଲା ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି।
ପ୍ରକାଶଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୨୭୩କୁ ପହଞ୍ଚିଥିବା ବେଳେ ୭,୧୬୪ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କ ଚିକିତ୍ସା ଜାରି ରହିଛି। ସେହିପରି ଜିଲ୍ଲାରେ ଏପର୍ଯ୍ୟନ୍ତ ୨୫ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।