ଜାନୁଆରୀ ୩ରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଜାନୁଆରୀ ୩ରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ଫଳରେ ୩ ତାରିଖରୁ ୨୭ ହଜାର ସ୍କୁଲ ଖୋଲିବାକୁ ଯାଉଛି। ସକାଳ ୯ଟାରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲରେ ପାଠପଢ଼ା ହେବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି।