ମୟୂରଭଞ୍ଜରୁ ଆଜି ୧୦ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ୧୩୯କୁ ବୃଦ୍ଧି

ବାରିପଦା, ଏନ୍ଏନ୍ଏସ୍: ମୟୂରଭଞ୍ଜ ଜିଲ୍ଲାରେ ଆଜି ୧୦ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତଙ୍କୁ ବାରିପଦାସ୍ଥିତ ବାଙ୍କିଶୋଳ କୋଭିଡ ହସ୍ପିିଟାଲରେ ଭର୍ତ୍ତି କରାଯାଇଛି । ଏଥିସହିତ ସେମାନଙ୍କର ଟ୍ରାଭେଲ ହିଷ୍ଟ୍ରିକୁ ଯାଞ୍ଚ କରାଯାଉଛି ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜି ଚିହ୍ନଟ ହୋଇଥିବା ଏହି ୧୦ ଜଣକୁ ମିଶାଇ ମୟୂରଭଞ୍ଜରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୯ରେ ପହଁଚିଛି। ସେଥିମଧ୍ୟରୁ ୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୫୨ ଜଣ ଚିକିତ୍ସାଧୀନ ଅଛନ୍ତି।