ରାଜ୍ୟରେ ଆଉ ୧୦ କରୋନା ରୋଗୀ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏଥିସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୦୭ରେ ପହଞ୍ଚିଛି।

ତେବେ ଗତ ୨୪ ଘଣ୍ଟାରେ ମୃତ୍ୟୁ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪ ଜଣ, ସୁନ୍ଦରଗଡ଼ରୁ ୩ ଜଣ, ରାୟଗଡ଼ାରୁ ୨ ଜଣ ଏବଂ ବୌଦ୍ଧରୁ ଜଣେ ରହିଛନ୍ତି।