ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ କୋଟି ପ୍ରଦାନ କଲା ଓସିପିଏଲ

ଭୁବନେଶ୍ବର,ଏନ୍ଏନ୍ଏସ୍: ଓଡିଶା କୋଲ ଆଣ୍ଡ ପାୱାର ଲିମିଟେଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ କୋଟି ଟଙ୍କା ପ୍ରଦାନ କରାଯାଇଛି । ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଶକ୍ତି ସଚିବ ନିକୁଞ୍ଜ ଧଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ କୋଟି ଟଙ୍କାର ଏକ ଚେକ ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ରାଶିର ଚେକ ଗ୍ରହଣ କରିଛନ୍ତି।

ଓଡିଶା ସରକାରଙ୍କର ଏକମାତ୍ର ସରକାରୀ କୋଇଲା ଉଦ୍ୟୋଗ ଓସିପିଏଲର ଲାଭାଂଶରୁ ଏହି ଅର୍ଥ ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ଓସିପିଏଲର ସିଇଓ ସାରିପୁତ୍ତ ମିଶ୍ର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଫିସର ଉପସ୍ଥିତ ଥିଲେ। ଓସିପିଏଲ ବହୁତ କମ ସମୟ ମଧ୍ୟରେ ରାଜ୍ୟର ଏକ ପ୍ରମୁଖ ଲାଭଦାୟକ ସରକାରୀ ଉଦ୍ୟୋଗ ଭାବେ ପରିଗଣିତ ହୋଇଛି