ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ୫୫ ହଜାର ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି। ଏହି ମଧ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଏଥିସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୧୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।
ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ କରୋନାରେ ପ୍ରାଣ ହରାଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ପୁରୀ ଓ ରାୟଗଡ଼ାରେ ୩ ଜଣ ଲେଖାଏଁ ଏବଂ ବୌଦ୍ଧ, ଗଞ୍ଜାମ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି।