ଇମାମୀ ପେପର୍ ମିଲରୁ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

ବାଲେଶ୍ୱର,ଏନ୍ଏନ୍ଏସ୍: ବାଲେଶ୍ୱର ଇମାମୀ ପେପର୍ ମିଲରୁ ୧୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ସେହି ମିଲରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ତେବେ ଆଜି ଏତେ ପରିମାଣର ସଂକ୍ରମଣ ବାହାରିବା ପରେ ଇମାମୀର ଏକ କଲୋନୀକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ମିଲ୍‌ରେ ୩ଟି ୟୁନିଟି ଥିବା ବେଳେ ଗୋଟିଏ ୟୁନିଟିକୁ ବନ୍ଦ କରିଛି ପ୍ରଶାସନ।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବାଲେଶ୍ୱର ସିଡ଼ିଏମଓ ଦୁଲାଲସେନ ଜଗଦ୍ଦେବ ଏହି ଘୋଷଣା କରିଛନ୍ତି। ସୂଚନା ଅନୁସାରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ କେବଳ ୧୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।