ପୁଣି ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୧୦୪୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ପୁଣି ଥରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ପାର କରିଛି। ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୦୪୧ ଆକ୍ରାନ୍ତ। କ୍ୱାରେଣ୍ଟାଇନରୁ ୬୦୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୬। ଏମାନଙ୍କ ଭିତରେ ୦-୧୮ ବର୍ଷ ଭିତରେ ୧୨୮ ଜଣ ଶିଶୁ ଓ କିଶୋର ପଜିଟିଭ୍ ବାହାରିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ ଜଣ, ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ଭଦ୍ରକ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗିର ଜିଲ୍ଲାରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୭୬ ଜଣ, ଦେବଗଡ଼ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୪୩ ଜଣ, ଯାଜପୁର ଜିଲ୍ଲାରୁ ୫୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୭ ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯୮ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମାଲକାନାଗିରି ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩୬ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ୧୩ ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩୪ ଜଣ, ରାୟଗଡ଼ା ଜିଲ୍ଲାରୁ ୫ ଜଣ, ସମ୍ବଲପୁର ଜିଲ୍ଲାରୁ ୯ ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ ଓ ଷ୍ଟେଟ ପୁଲ୍‌ରୁ ୮୮ ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୮ ହଜାର ୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯ ହଜାର ୬୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୮୧ ହଜାର ୩୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।