ରାଜଧାନୀରେ ଆଜି ଶତକ ଛୁଇଁଲା କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ଆଜି ୧୦୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୭୯ଜଣ ଓ ସ୍ଥାନୀୟ ସଂକ୍ରମଣ ୨୪ ଜଣ ରହିଛନ୍ତି। ଅନ୍ୟପଟେ ୪୭ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୯୩୫ ହୋଇଥିବାବେଳେ ୩୨ହଜାର ୫୩ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୬୧୧ଜଣ ଚିକିତ୍ସିତ ହେଉଛି।