ଝାରସୁଗୁଡ଼ାରୁ ଆଉ ୧୦୫ କରୋନା ପଜିଟିଭ ଚିହ୍ନଟ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୧୦୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୪୫ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ୧୩ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୧୨ଜଣ, ଝାରସୁଗୁଡ଼ା ବ୍ଲକରୁ ୯ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୧୩ ଜଣ, ଲଇକେରା ବ୍ଲକରୁ ୮ଜଣ, କିର୍ମିରା ବ୍ଲକରୁ ୨ଜଣ ଓ କୋଲାବିରା ବ୍ଲକରୁ ଜଣେ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ଝାରସୁଗୁଡ଼ାର ଆଉ ୨ଜଣ ବ୍ୟକ୍ତି ଅନ୍ୟ ଜିଲ୍ଲାର ବିଭିନ୍ନ ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଜଣେ ପୂର୍ବ ଆକ୍ରାନ୍ତଙ୍କ ରିପୋର୍ଟ ପୁଣିଥରେ ପଜିଟିଭ ଆସିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୭୦କୁ ପହଞ୍ଚିଛି। ସେଥିମଧ୍ୟରୁ ୩,୭୮୯ ଜଣ ସୁସ୍ଥ ହୋଇଛନ୍ତି ଓ ୭୮୯ ଜଣଙ୍କ ଚିକିତ୍ସା ଜାରି ରହିଛି ।