ରାଜଧାନୀରେ ପୁଣି ଏକ ହଜାର ପାର କଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ଆଉ ୧୦୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୯୩୩୦କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ୩୯୬୧୫ଜଣ ସୁସ୍ଥହୋଇ ଘରକୁ ଫେରିଥିବାବେଳେ ୨୭୫ଜଣଙ୍କର ମୃତ୍ୟୁ ହୋଇଛି।

ସେହିପରି ୪୯୧୯ ଜଣ ଚିକିତ୍ସାଧୀନ ରହିଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୧୨୮ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୯୪୬ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୫୯୯ ଜଣ ସୁସ୍ଥହୋଇ ଘରକୁ ଫେରିଛନ୍ତି।