ଭୁବନେଶ୍ୱରରେ ଆଜି ଆଉ ୧୦୯ କରୋନା ପଜିଟିଭ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ଆଜି ୧୦୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬୦ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧୭୧ରେ ପହଞ୍ଚିଛି। ଏଥିରୁ ୨୮୦୭ଜଣ ସୁସ୍ଥ ହୋଇଥିବାବେଳେ ୨୨ଜଣଙ୍କ ମୃତ୍ୟୁ ହୋଇଛି। ୧୩୩୯ ଟି ସକ୍ରିୟ କେସ ରହିଛି। ସେହିପରି ୧୩୪ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।