ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ ଆଜି ଆଉ ୧,୦୯୬ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୨ଜଣ ଓ ସ୍ଥାନୀୟ ସଂକ୍ରମଣ ୮୯୦ଜଣ ରହିଛନ୍ତି। ଅନ୍ୟପଟେ ୯୯୬ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦ହଜାର ୯୬୪ ହୋଇଥିବାବେଳେ ୫୭ହଜାର ୮୨୭ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୩୨୧ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୨ହଜାର ୭୯୫ଜଣ ଚିକିତ୍ସିତ ହେଉଛନ୍ତି।