ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୦୯୬ କରୋନା ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେଧୀରେ କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୦୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୩୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୪୫୯ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୪୦ ଜଣ, ବାଲେଶ୍ୱରରୁ ୭୭ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୨୧ ଜଣ, ବଲାଙ୍ଗିରରୁ ୭ ଜଣ, କଟକରୁ ୯୨ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୫୮ ଜଣ, ଯାଜପୁରରୁ ୬୮ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୩୬ ଜଣ, କେନ୍ଦୁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୩୮୯ ଜଣ, କୋରାପୁଟରୁ ୭ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ୩୨ ଜଣ, ନୟାଗଡ଼ରୁ ୨୯ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ବଲପୁରରୁ ୮ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ ଏବଂ ଷ୍ଟେଟ ପୁଲରୁ ୮୨ ଜଣ ରହିଛନ୍ତି।

ଏଥିସହ ରାଜ୍ୟରେ ମୋଟ୍ ୯ ଲକ୍ଷ ୮୫ ହଜାର ୮୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଏଥିରୁ ୧୨ ହଜାର ୪୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୬ ହଜାର ୯୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।