ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ପ୍ରସ୍ତୁତ ରୁହନ୍ତୁ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଦଶମ ଓ ଦ୍ୱାଦଶ ପରୀକ୍ଷାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ଶ୍ରୀ ଦାସ କହିଛନ୍ତି ଯେ, ରାଜ୍ୟରେ କରୋନା ଏବେ ଖସିବାରେ ଲାଗିଛି । ସେଥିପାଇଁ ପିଲାମାନେ ପ୍ରସ୍ତୁତ ରୁହନ୍ତୁ, ପରୀକ୍ଷା ସୁନିଶ୍ଚିତ ହେବ । ବିଶେଷ ପରିସ୍ଥିତି ହେଲେ ଅନ୍ୟ ନିଷ୍ପତ୍ତି ନିଆଯାଇପାରେ । କିନ୍ତୁ ଆଜିର ସ୍ଥିତି ଦେଖିଲେ ପରୀକ୍ଷା ହେବାର ସମ୍ଭାବନା ଯଥେଷ୍ଟ ରହିଛି ।