ଆଜି ୧୧ ମୁଣ୍ଡନେଲା କରୋନା

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୯ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୧୮୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରୁ ୧୪୬୯୨ଟି ଆକ୍ଟିଭ କେସ ରହିଥିବାବେଳେ ୨୭୫୭୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।