ରାଜ୍ୟରେ କରୋନା ନେଲା ଆଉ ୧୧ଜଣଙ୍କ ମୁଣ୍ଡ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।  ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨ ଲକ୍ଷ ୮୮ ହଜାର ୬୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୫ ହଜାର ୨୪୭ ଟି ଆକ୍ଟିଭ କେସ ରହିଥିବା ବେଳେ ୨୭୨୦୩୮ ଜଣ ସୁସ୍ଥହୋଇ ଘରକୁ ଫେରିଛନ୍ତି।