ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୧୧ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୩ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ୪ଜଣ ଓ ଝାରସୁଗୁଡ଼ା ବ୍ଲକ ଅଞ୍ଚଳରୁ ୨ଜଣ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଝାରସୁଗୁଡ଼ାର ଆଉ ୨ଜଣ ବ୍ୟକ୍ତି ବାହାର ଜିଲ୍ଲାର ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଛନ୍ତି।
ପ୍ରକାଶଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୩୫୦କୁ ବୃଦ୍ଧି ପାଇଥିବାବେଳେ ୭,୧୯୯ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୫ ଜଣଙ୍କ ଚିକିତ୍ସା ଜାରି ରହିଛି। ସେହିପରି ଜିଲ୍ଲାରେ ଏପର୍ଯ୍ୟନ୍ତ ୨୫ ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।