ବାହାରିଲା ୧୧,୦୦୦ ନର୍ସିଂ ଅଫିସର ପଦବୀ

  • ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରାୟ ୧୧,୦୦୬ଟି ନୂଆ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି। ଏହି ପଦବୀଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସାକେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ। ଏହିସବୁ ପଦବୀଗୁଡିକ ଦୁଇଟି ପର୍ଯ୍ୟାୟରେ ପୂରଣ କରାଯିବ। ଓଡ଼ିଶା ନର୍ସିଂ ସେବା ନିୟାମାବଳୀ ୨୦୧୯ ଅନୁଯାୟୀ, ଏହି ପଦବୀଗୁଡିକ ପୂରଣ କରାଯିବ ବୋଲି ସୂଚନା ମିଳିଛି।
    ଏହି ନୂତନ ପଦବୀଗୁଡିକ ମଧ୍ୟରେ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟଗୁଡିକରେ ୮୭୪ଟି ପଦବୀ, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଗୁଡିକରେ ୫୪୦୦ଟି ଏବଂ ମାତୃ ଓ ଶିଶୁ ଚିକିତ୍ସାକେନ୍ଦ୍ର ଗୁଡିକରେ ୨୬୫୯ଟି ପଦବୀ ସୃଷ୍ଟି କରାଯାଇଛି। ସେହିପରି ଜିଲ୍ଲାସ୍ତରରେ ସମୁଦାୟ ୮୯୩୩ଟି ପଦବୀ ସୃଷ୍ଟି କରାଯାଇଛି। ଏହାବ୍ୟତୀତ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ହସ୍ପିଟାଲଗୁଡିକରେ ମଧ୍ୟ ୨୦୭୩ଟି ପଦବୀ ସୃଷ୍ଟି କରାଯାଇଛି।