ରଜଧାନୀରେ କରୋନା ବିସ୍ଫୋରଣ: ଆଜି ୧୧୧୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟା ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ୧୧୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୪୪୧୫ରେ ପହଞ୍ଚିଛି।

ଏଥିମଧ୍ୟରୁ ୩୬୫୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୬୧ଜଣଙ୍କର ମୃତ୍ୟୁ ହେଲାଣି। ସେହିପରି ୭୫୮୮ଜଣ ଆକ୍ଟିଭ ରହିଛନ୍ତି। ତେହବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୧୭୫ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୯୪୪ ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୪୨୯ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।