ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୧୧୩୨ କରୋନା ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୪୭୫ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୫ ଜଣ, ବାଲେଶ୍ୱର ଜିଲ୍ଲାରୁ ୭୦ ଜଣ, ବରଗଡ଼ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୧୪ ଜଣ, ବଲାଙ୍ଗିର ଜିଲ୍ଲାରୁ ୭ ଜଣ, ବୌଦ୍ଧ ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୧୯୭ ଜଣ, ଦେବଗଡ଼ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ ଜଣ, ଗଜପତି ଜିଲ୍ଲାରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ ଜଣ, ଯାଜପୁର ଜିଲ୍ଲାରୁ ୨୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୭ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୦ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନଗିରି ଜିଲ୍ଲାରୁ ୧୦ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୩୧ ଜଣ, ପୁରୀ ଜିଲ୍ଲାରୁ ୨୨ ଜଣ, ରାୟଗଡ଼ା ଜିଲ୍ଲାରୁ ୭ ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ ଜଣ, ସୋନପୁର ଜିଲ୍ଲାରୁ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ ଜଣ ଓ ଷ୍ଟେଟ ପୁଲରୁ ୯୪ ଜଣ ରହିଛନ୍ତି।

ଏଥିସହ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୯୩ ହଜାର ୫୦୭ରେ ପହଞ୍ଚିଛି। ସେଥିରୁ ୧୦ ହଜାର ୬୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୭୫ ହଜାର ୯୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।