ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ମୋଟ ସୁସ୍ଥସଂଖ୍ୟା ୨୭୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।
ଆଜି ସୁସ୍ଥ ହୋଇଥିବା ୧୧୪ ଜଣଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୩୦, ଖୋର୍ଦ୍ଧାରୁ ୨୩, ଗଞ୍ଜାମରୁ ୧୭, କଟକରୁ ୧୧, ମୟୁରଭଞ୍ଜରୁ ୧୦, ଗଜପତିରୁ ୮, ବରଗଡ଼ରୁ ୫, ନୟାଗଡ଼ରୁ ୪, ବଲାଙ୍ଗିରରୁ ୩, ବାଲେଶ୍ୱର କୋରାପୁଟ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଏଯାବତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୦୯କୁ ବୃଦ୍ଧି ପାଇଥିବାବେଳେ ୨୭୦୮ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୯ଜଣଙ୍କର ମୃତ୍ୟୁ ଘଟିଛି ଓ ୧୧୮୭ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।