ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୧୯୩ କରୋନା ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେଧୀରେ କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୧୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୯୮ ଜଣ ଲୋକାଲ୍‌ କେସ୍‌ ରହିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୯ ଜଣ, ବାଲେଶ୍ୱର ଜିଲ୍ଲାରୁ ୬୯ ଜଣ, ବରଗଡ଼ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗିର ଜିଲ୍ଲାରୁ ୯ ଜଣ, କଟକ ଜିଲ୍ଲାରୁ ୧୬୧ ଜଣ, ଦେବଗଡ଼ ଜିଲ୍ଲାରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୧ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୫୬ ଜଣ, ଯାଜପୁର ଜିଲ୍ଲାରୁ ୫୦ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୬ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨୫ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୩୯ ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୩୪ ଜଣ, ରାୟଗଡ଼ା ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ଓ ଷ୍ଟେଟ ପୁଲ୍‌ରୁ ୯୬ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୨୩୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦୮୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୪୭୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।c