୨୪ ଘଣ୍ଟାରେ ୧୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।  ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ନୂଆପଡା, ସୁନ୍ଦରଗଡ, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।