ରାଜ୍ୟରେ କରୋନାରେ ପ୍ରାଣ ହରାଇଲେ ଆଉ ୧୨ ଜଣ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ଗତ ୨୪ ଘଣ୍ଟାରେ କରୋନାରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ ଏହି ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ, ଢ଼େଙ୍କାନାଳରୁ ୨ ଜଣ ଏବଂ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, କଳାହାଣ୍ଡି, ନୂଆପଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୫୨ରେ ପହଞ୍ଚିଛି।

ସେହିପରି ଆଜି ରାଜ୍ୟରେ ୧୪୭୪ ଜଣ ସଂକ୍ରମଣ ଚିହ୍ନଟ ହୋଇ ମୋଟ ସଂକ୍ରମଣ ସଂଖ୍ୟା ୨ ଲକ୍ଷ ୯୫ ହଜାର ୮୮୯ରେ ପହଞ୍ଚିଛି। ସେଥିରୁ ୨,୮୦,୫୫୩ ଜଣ ସୁସ୍ଥ ହୋଇସାରିଥିବାବେଳେ ୧୩,୯୧୯ ଜଣ ସକ୍ରିୟ ଅଛନ୍ତି।