ରାଜଧାନୀରୁ ପୁଣି ୧୨ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ପୁଣି ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧୭୩୨କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ୩୧୨୬୭ଜଣ ସୁସ୍ଥ ହୋଇଥିବାବେଳେ ୨୪୩ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୨୦୧ଜଣ ଚିକିତ୍ସାଧୀନ ରହିଛନ୍ତି। ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୪ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୮ ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।