ବିଜ୍ଞାନ କଲେଜର ୧୨ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ଚିହ୍ନଟ

କଟକ,ଏନ୍ଏନ୍ଏସ୍: କଟକର ଏକ ଘରୋଇ ବିଜ୍ଞାନ ମହାବିଦ୍ୟାଳୟର ୧୨ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଘଟଣାପରେ ସିଏମସି ପକ୍ଷରୁ ଆକ୍ରାନ୍ତମାନଙ୍କୁ କଲେଜ ହଷ୍ଟେଲ ପରିସରରେ କ୍ୱାରେଣ୍ଟାଇନରେ ରଖାଯାଇଥିବା ଜଣାପଡ଼ିଛି। ସମସ୍ତ ଆକ୍ରାନ୍ତଙ୍କଠାରେ ଲକ୍ଷଣ ଦେଖାଦେବା ପରେ ସେମାନଙ୍କର ଆଣ୍ଟିଜେନ ପରୀକ୍ଷା କରାଯାଇଥିଲା। ସେସବୁର ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି। ତେବେ ଉକ୍ତ କଲେଜ ତରଫରୁ ଏହି ଛାତ୍ରଛାତ୍ରୀଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯିବ, ସେହି ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ। ଏନେଇ ସିଏମସି ପକ୍ଷରୁ ସୂଚନା ଦିଆଯାଇଛି।