ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ୧୨୦ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏଥିସହିତ ମୋଟ ସୁସ୍ଥସଂଖ୍ୟା ୨,୯୭୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁସ୍ଥ ହୋଇଥିବା ୧୨୦ ଜଣଙ୍କ ମଧ୍ୟରୁ ଯାଜପୁରରୁ ସର୍ବାଧିକ ୧୯, କଟକରୁ ୧୫, ମୟୁରଭଞ୍ଜ ଓ ଖୋର୍ଦ୍ଧାରୁ ୧୧ ଲେଖାଏଁ, ନୂଆପଡ଼ାରୁ ୯, ସୁନ୍ଦରଗଡ଼ରୁ ୭, କନ୍ଧମାଳ ଜିଲ୍ଲାରୁ ୬ ଜଣ ରହିଛନ୍ତି। ସେହିପରି ବଲାଙ୍ଗିର ଓ ନୟାଗଡ଼ରୁ ୫ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ାରୁ ୪ ଲେଖାଏଁ, କେଉଁଝର, ଗଞ୍ଜାମ, ପୁରୀରୁ ୩ ଲେଖାଏଁ, ଅନୁଗୁଳ, କଳାହାଣ୍ଡି ଓ କୋରାପୁଟରୁ ୨ ଲେଖାଏଁ, ମାଲକାନଗିରି ଜିଲ୍ଲାରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଏଯାବତ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୧୬୩ ହୋଇଥିବାବେଳେ ୨,୯୭୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୧ ଜଣଙ୍କର ମୃତ୍ୟୁ ଘଟିଛି ଓ ୧,୧୭୮ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।