ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ୧୨୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୨,୫୯୪କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା ୧୨୦ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩୩, ଗଜପତିରୁ ୧୮, ସୋନପୁରରୁ ୧୩, ବାଲେଶ୍ୱରରୁ ୧୨, ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାରୁ ୮ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିପରି ମୟୁରଭଞ୍ଜରୁ ୭, କଟକରୁ ୪, ଯାଜପୁର, ନୟାଗଡ଼ ଓ ନୂଆପଡ଼ାରୁ ୩ ଲେଖାଏଁ, ଢ଼େଙ୍କାନାଳ, ପୁରୀ ଓ ରାୟଗଡ଼ାରୁ ୨ ଲେଖାଏଁ , କେନ୍ଦ୍ରାପଡ଼ା ଓ କଳାହାଣ୍ଡିରୁ ୨ଜଣ ଲେଖାଏଁ ସୁସ୍ଥ ହୋଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ରାଜ୍ୟରେ ଏଯାବତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨୩ ହୋଇଥିବାବେଳେ ୨,୫୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୧,୧୧୯ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।