Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ବଢ଼ୁଛି ସଂକ୍ରମଣ : ଦିନକରେ ୧୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ବଢ଼ୁଛି ସଂକ୍ରମଣ : ଦିନକରେ ୧୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ୧୨୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୭୧ଜଣ ଓ ସ୍ଥାନୀୟ ସଂକ୍ରମଣ ୪୯ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୮ହଜାର ୭୧୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ କଟକରୁ ସର୍ବାଧିକ ୨୬, ସୁନ୍ଦରଗଡ଼ରୁ ୧୬, ମୟୁରଭଞ୍ଜରୁ ୧୫, ଖୋର୍ଦ୍ଧାରୁ ୧୪, ସମ୍ବଲପୁରରୁ ୧୦, ବାଲେଶ୍ୱର, ଗଞ୍ଜାମ, ଯାଜପୁରରୁ ୪ ଲେଖାଏଁ, ଭଦ୍ରକ, ଝାରସୁଗୁଡ଼ା, ପୁରୀ, ରାୟଗଡ଼ା ଓ ଷ୍ଟେଟପୋଲରୁ ୩ ଲେଖାଏଁ, ବଲାଙ୍ଗିର ଓ କେନ୍ଦ୍ରାପଡ଼ାରୁ ୨ ଲେଖାଏଁ, ଅନୁଗୁଳ, ବରଗଡ଼, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି, କେଉଁଝର, ନବରଙ୍ଗପୁର ଓ ନୂଆପଡ଼ାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୭ଲକ୍ଷ ୬୨ହଜାର ୬୦୭ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୩ଲକ୍ଷ ୩୮ହଜାର ୭୧୯ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୩ଲକ୍ଷ ୩୫ହଜାର ୯୯୪ଜଣ ସୁସ୍ଥ ହୋଇଛନ୍ତି, ୧୯୧୮ଜଣଙ୍କର ମୃତ୍ୟୁ ଘଟିଛି ଓ ୭୫୪ ଜଣ ଚିକିତ୍ସିତ ହେଉଛନ୍ତି।