ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୧୨୦୮ କରୋନା ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ସଂକ୍ରମିତଙ୍କ ମଧ୍ୟରୁ ୭୦୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୫୦୬ ଲୋକାଲରୁ ଚିହ୍ନଟ ହୋଇଛନ୍ତି।

ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫ ଜଣ, ବାଲେଶ୍ୱରରୁ ୬୩, ବରଗଡ଼ରୁ ୫, ଭଦ୍ରକରୁ ୨୨, ବଲାଙ୍ଗିରରୁ ୫, କଟକରୁ ୧୭୩, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୫, ଗଜପତିରୁ ୧, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୬୦, ଯାଜପୁରରୁ ୫୭, କଳାହାଣ୍ଡିରୁ ୨, କନ୍ଧମାଳରୁ ୧୬, କେନ୍ଦ୍ରାପଡ଼ାରୁ ୩୨, କେନ୍ଦୁଝରରୁ ୧୬, ଖୋର୍ଦ୍ଧାରୁ ୩୯୯, କୋରାପୁଟରୁ ୨, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୩୩, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୨୫, ନୂଆପଡ଼ାରୁ ୨, ପୁରୀରୁ ୫୮, ରାୟଗଡ଼ାରୁ ୮, ସମ୍ବଲପୁରରୁ ୨୪, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟ ପୁଲ୍‌ରୁ ୮୪ ଜଣ ରହିଛନ୍ତି।

ଏଥିସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୪ ହଜାର ୭୩୧ରେ ପହଞ୍ଚିଛି। ସେଥିରୁ ୧୩ ହଜାର ୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୫ ହଜାର ୩୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧ କୋଟି ୬୪ ଲକ୍ଷ ୨୪ ହଜାର ୬୪୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।