ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୨୪୩ କରୋନା ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି କରୋନା ସଂକ୍ରମଣ ବଢ଼ିଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ସଂକ୍ରମିତଙ୍କ ମଧ୍ୟରେ ୭୧୮ ଜଣ ସଂଗରୋଧରେ ରହିଥିବା ବେଳେ ୫୨୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୫୩ ଜଣ, ବାଲେଶ୍ୱରରୁ ୪୯ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୨୨ ଜଣ, ବଲାଙ୍ଗିରରୁ ୬ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୧୭୭ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୨୯ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୮୮ ଜଣ, ଯାଜପୁରରୁ ୫୦ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୩୨ ଜଣ, କେନ୍ଦୁଝରରୁ ୧୫ ଜଣ, ଖୋର୍ଦ୍ଧାରୁ ୩୯୯ ଜଣ, ମାଲକାନଗିରିରୁ ୩ ଜଣ, ମୟୂରଭଞ୍ଜରୁ ୩୫ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୫୬ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୬୯ ଜଣ, ରାୟଗଡ଼ାରୁ ୧୩ ଜଣ, ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୮୪ ଜଣ ରହିଛନ୍ତି।

ଏଥିସହିତ ରାଜ୍ୟରେ ବର୍ତ୍ତମାନ ମୋଟ ୯ ଲକ୍ଷ ୮୭ ହଜାର ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୧୨ ହଜାର ୧୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୮ ହଜାର ୪୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।