ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଲକଡାଉନ ଓ ସଟଡାଉନ କଟକଣା ସତ୍ତ୍ବେ ସଂକ୍ରମଣ କମିବାର ନାଁ ଧରୁନି। ଆଜି ୧୨ ହଜାର ପାର୍ ହେଲା ଦୈନିକ ସଂକ୍ରମଣ। ରାଜ୍ୟରେ ୧୨,୮୫୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭୧୯୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୫୬୫୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ଜଣାଇଛି।
ଏହି ମଧ୍ୟରେ ଅନୁଗୁଳରୁ ୮୭୪, ବାଲେଶ୍ୱରରୁ ୫୦୮, ବରଗଡ଼ରୁ ୪୬୧, ଭଦ୍ରକରୁ ୧୫୧, ବଲାଙ୍ଗିରରୁ ୨୭୪, ବୌଦ୍ଧରୁ ୩୪୭, କଟକରୁ ୧୦୭୩, ଦେବଗଡରୁ ୧୦୫, ଢେଙ୍କାନାଳରୁ ୪୮୨, ଗଜପତିରୁ ୭୭, ଗଞ୍ଜାମରୁ ୩୪୦, ଜଗତସିଂହପୁରରୁ ୩୦୦, ଯାଜପୁରରୁ ୩୩୭, ଝାରସୁଗୁଡାରୁ ୩୯୯, କାଳାହାଣ୍ଡିରୁ ୬୬୮, କନ୍ଧମାଳରୁ ୧୦୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେହିପରି କେନ୍ଦ୍ରାପଡାରୁ ୨୮୫, କେନ୍ଦୁଝରରୁ ୧୮୦, ଖୋର୍ଦ୍ଧାରୁ ୧୯୦୯, କୋରାପୁଟରୁ ୨୭୨, ମାଲକାନଗିରିରୁ ୧୧୪, ମୟୂରଭଞ୍ଜରୁ ୫୮୬, ନବରଙ୍ଗପୁରରୁ ୩୪୪, ନୟାଗଡ଼ରୁ ୩୩୧, ନୂଆପଡାରୁ ୭୦, ପୁରୀରୁ ୪୭୨, ରାୟଗଡାରୁ ୧୯୮, ସମ୍ବଲପୁରରୁ ୩୫୫, ସୋନପୁରରୁ ୫୫, ସୁନ୍ଦରଗଡରୁ ୮୪୮ ଓ ଷ୍ଟେଟ ପୁଲରୁ ୩୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏଥିସହ ନୂଆ ମାମଲାକୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୯୨ ହଜାର ୩୮୨କୁ ବୃଦ୍ଧି ପାଇଛି। ଏବେ ସୁଦ୍ଧା ୫ ଲକ୍ଷ ୭୭ ହଜାର ୯୮୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୧ ଲକ୍ଷ ୧୧ ହଜାର ୮୬୨ଟି ସକ୍ରିୟ ମାମଲା ରହିଛି।