ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୩ ମୃତକଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ନୂଆପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, କେନ୍ଦୁଝର ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୭୦୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୬୧୯ଟି ଆକ୍ଟିଭ୍? କେସ୍? ରହିଥିବା ବେଳେ ୨୭୦୧୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।