କରୋନାରେ ପ୍ରାଣହରାଇଲେ ଆଉ ୧୩ ସଂକ୍ରମିତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ୧୨୪୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡା ଜିଲ୍ଲାରୁ ୩ ଜଣ, ଝାରସୁଗୁଡା, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମାଲକାନଗିରି ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୩୯୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୬୫୧୨ଟି ଆକ୍ଟିଭକେସ ରହିଥିବା ବେଳେ ୨୬୬୧୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।