ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲା ୧୩୪୨ କରୋନା ପଜିଟିଭ୍ କେସ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୭୫ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ହୋଇଥିବା ବେଳେ ୫୬୭ ଜଣ ସ୍ଥାନୀୟ ସଂକ୍ରମିତ ଥିବା ଜଣାପଡ଼ିଛି।

ଚିହ୍ନଟ ହୋଇଥିବା ନୂତନ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୦, ବାଲେଶ୍ୱରରୁ ୫୯, ବରଗଡ଼ରୁ ୮, ଭଦ୍ରକରୁ ୪୦, ବଲାଙ୍ଗିରରୁ ୩, କଟକରୁ ୧୬୪, ଦେବଗଡ଼ରୁ ୩, ଢେଙ୍କାନାଳରୁ ୧୯, ଗଜପତିରୁ ୪, ଗଞ୍ଜାମରୁ ୯, ଜଗତସିଂହପୁରରୁ ୭୮, ଯାଜପୁରରୁ ୬୬, କଳାହାଣ୍ଡିରୁ ୩, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୪୩, କେନ୍ଦୁଝରରୁ ୨୩, ଖୋର୍ଦ୍ଧାରୁ ୪୭୭, କୋରାପୁଟରୁ ୧୧, ମାଲକାନଗିରିରୁ ୭, ମୟୂରଭଞ୍ଜରୁ ୪୧, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୨୮, ନୂଆପଡ଼ାରୁ ୩, ପୁରୀରୁ ୫୫, ରାୟଗଡ଼ାରୁ ୧୮, ସମ୍ବଲପୁରରୁ ୧୮, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲ୍‌ରୁ ୧୦୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହ ରାଜ୍ୟରେ ମୋଟ୍ କରୋନା ସଂକ୍ରମଣ ସଂଖ୍ୟା ୯ ଲକ୍ଷ ୮୩ ହଜାର ୫୨୩ରେ ପହଞ୍ଚିଛି। ଏଥି ମଧ୍ୟରୁ ୧୩ ହଜାର ୫୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୩ ହଜାର ୭୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧ କୋଟି ୬୩ ଲକ୍ଷ ୫୫ ହଜାର ୨୭୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।