ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୧୩୭ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୪,୭୪୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁସ୍ଥ ହୋଇଥିବା ୧୩୭ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩୩, ଖୋର୍ଦ୍ଧାରୁ ୨୯, କଟକରୁ ୨୨, ବାଲେଶ୍ୱରରୁ ୧୩, ଯାଜପୁରରୁ ୯, କଳାହାଣ୍ଡିରୁ ୬ ଓ ଭଦ୍ରକ ଜିଲ୍ଲାରୁ ୪ ଜଣ ରହିଛନ୍ତି। ସେହିପରି ନୟାଗଡ଼, ମୟୁରଭଞ୍ଜ ଓ ପୁରୀରୁ ୩ ଲେଖାଏଁ, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ାରୁ ୨ ଲେଖାଏଁ, ଅନୁଗୁଳ, ବଲାଙ୍ଗିର, ନୂଆପଡ଼ା ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬, ୬୧୪ ହୋଇଥିବାବେଳେ ୪,୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୨୧ ଜଣଙ୍କର ମୃତ୍ୟୁ ଘଟିଛି ଓ ୧,୮୫୦ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।