ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଉ ୧୩୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୩ ଜଣ ଓ ସ୍ଥାନୀୟ ସଂକ୍ରମଣ ୨୪ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫୪କୁ ବୃଦ୍ଧି ପାଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସାଲିଆ ସାହିରୁ ୧୦, ଭିମପୁରରୁ ୯, ଗଙ୍ଗନଗର ବସ୍ତିରୁ ୮ ଓ ଓସିସି ବସ୍ତିରୁ ୭ଜଣ ରହିଛନ୍ତି।
