ରାଜ୍ୟରେ ଆଉ ୧୪ କରୋନା ପଜେଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୪୨କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ପଜେଟିଭ୍ ଚିହ୍ନଟ ହୋଇଛନ୍ତି। ଏ ହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ରୁ ସୂଚନା ମିଳିଛି। ଆକ୍ରାନ୍ତ ୧୪ଜଣ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି। ଏମାନଙ୍କ କଂଟ୍ରାକ୍ଟ ଟ୍ରେିସଂ କ’ଣ ଅଛି ଜଣାପଡ଼ି ନାହିଁ। ଆଜି ସକାଳେ ୩ଜଣ ଚିହ୍ନଟ ହୋଇଥିଲେ। ଗୋଟିଏ ଦିନରେ ୧୭ଜଣ ଚିହ୍ନଟ ହେବା ଚିନ୍ତାର କାରଣ ହୋଇଛି। ଜିଲ୍ଲାର ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଏହାକୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬ କୁ ବୃଦ୍ଧି ପାଇଛି। ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସୂଚନା ଯୋଗ୍ୟ, ଭଦ୍ରକ, ବାଲେଶ୍ୱର, ଯାଜପୁର,ସୁନ୍ଦରଗଡ଼ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତକାଲି ନୂଆ ୩ଟି ଜିଲ୍ଲା ଦେବଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାରେ ଜଣେ ଲେଖାଁଏ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ରାଜ୍ୟରେ ପଶ୍ଚିମବଙ୍ଗ ଫେରନ୍ତାଙ୍କ ଚିନ୍ତା ବଢ଼ାଇଦେଇଛି ରାଜ୍ୟରେ। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୨କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୯ଜଣ ସୁସ୍ଥ ହୋଇଛନ୍ତି। ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୧୦୨ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।