ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ଲକ୍ଷ ପାର: ୨୪ ଘଣ୍ଟାରେ ୪୯,୯୩୧ ସଂକ୍ରମିତ, ୭୦୮ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟାରେ ଭାରତରେ ୪୯ ହଜାର ୯୩୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪ ଲକ୍ଷ ୩୫ ହଜାର ୪୫୩କୁ ବୃଦ୍ଧି ହୋଇଛି।

ସେହିପରି ଗୋଟିଏ ଦିନରେ ୭୦୮ ଜଣ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୩୨ ହଜାର ୭୭୧ରେ ପହଞ୍ଚିଛି। ଦେଶରେ ଏବେ ୪ ଲକ୍ଷ ୮୫ ହଜାର ୧୧୪ ଜଣ କରୋନା ଆକ୍ରାନ୍ତ ସକ୍ରିୟ ଥିବାବେଳେ ୯ ଲକ୍ଷ ୧୭ ହଜାର ୫୬୮ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।