ରାଜ୍ୟରେ ଆଉ ୧୪ କରୋନା ରୋଗୀ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮ ହଜାର କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏଥିସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୬୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ମୃତ୍ୟୁ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ରାୟଗଡ଼ାରୁ ୪ ଜଣ, କେନ୍ଦୁଝରରୁ ୨ ଜଣ ଏବଂ ଭଦ୍ରକ, ବଲାଙ୍ଗିର, ବୌଦ୍ଧ, ଦେବଗଡ଼, ଗଞ୍ଜାମ, ଜଗତସିଂହପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।