ରାଜଧାନୀରେ ୧୪ କରୋନାରେ ସଂକ୍ରମିତ: ୧୬ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ ଆଉ ୧୪ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ଜଣେ ଓ ସ୍ଥାନୀୟ ସଂକ୍ରମଣ ୧୩ଜଣ ରହିଛନ୍ତି। ଅନ୍ୟପଟେ ୧୬ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୧୩୩ ହୋଇଥିବାବେଳେ ୩୧ହଜାର ୭୮୧ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୮୧ଜଣ ଚିକିତ୍ସିତ ହେଉଛନ୍ତି।