ଦେଶରେ ୧୪,୨୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୯୭ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଗତ ୨୪ ଘଣ୍ଟା ମଧ୍ୟରେ ୧୪,୨୬୪ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ୯୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୯,୯୧,୬୫୧ରେ ପହଞ୍ଚିଛି। ସେହିପରି ଦେଶରେ ମୋଟ ମୃତ୍ୟୁସଂଖ୍ୟା ୧,୫୬,୩୦୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧, ୬୬୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୬,୮୯,୭୫୧। ଏହି ହିସାବରେ ସମ୍ପ୍ରତି ଜାତୀୟ ସୁସ୍ଥତା ହାର ୯୭.୨୫%। ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୫,୬୩୪ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୧୧,୦୮୫,୧୩୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।