କେନ୍ଦ୍ରାପଡ଼ା,ଏନ୍ଏନ୍ଏସ୍: ଆଜି ହାଇଦରର ପୋଷ୍ଟମର୍ଟମ କରାଯିବ ବୋଲି ସୂଚନା ମିଳିଛି। ମୁଖ୍ୟ ଡାକ୍ତରଖାନାରେ ପୁରା କଡା ସୁରକ୍ଷା ମଧ୍ୟରେ ହାଇଦରର ଶବ ବ୍ୟବଚ୍ଛେଦ କରାଯିବ ଏହା ପରେ ହାଇଦରର ମୃତ ଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି।
ସୂଚନା ଅନୁସାରେ ଗ୍ୟାଙ୍ଗଷ୍ଟର ହାଇଦର ପୁଲିସ ଏନକାଉଣ୍ଟରରେ ମୃତ୍ୟୁବରଣ କରିଛି। ଏହାପରେ କୌଣସି ପ୍ରକାର ଶାନ୍ତି ଭଙ୍ଗ ଓ ସାମ୍ପ୍ରଦାୟିକ ଗଣ୍ଡଗୋଳ ଆଶଙ୍କା କରି କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ। ଆସନ୍ତା ୩୦ ତାରିଖ ଦିନ ୧୧ଟା ଯାଏ ୧୪୪(୨) ଧାରା ଜାରି ରହିବ। କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ସମେତ ବାରିମୂଳ, କପାଳେଶ୍ୱର, ଗୁଲନଗର, ଜାମଧର ପଞ୍ଚାୟତ ଅଞ୍ଚଳରେ କଡ଼ା କଟକଣା ଜାରି ହୋଇଛି।
ସଂପୃକ୍ତ ଅଞ୍ଚଳରେ କେବଳ ପରିବା ଓ ଗ୍ରୋସରୀ ଦୋକାନ ସକାଳ ୭ଟାରୁ ଦିନ ୧୧ଟା ଯାଏ ଖୋଲା ରହିବ। ହୋଟେଲରୁ ଲୋକେ କେବଳ ପାର୍ସଲ ଆଣି ପାରିବେ। ଅନ୍ୟ ଦୋକାନ ଖୋଲିବା ଓ ଗାଡ଼ିମୋଟର ଚଳାଚଳରେ କଟକଣା ରହିବ। ୫ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ।