ଆଠଗଡ଼,ଏନ୍ଏନ୍ଏସ୍: ଆସନ୍ତା ୧୧ ତାରିଖରେ ମହା ଶିବରାତ୍ରି। କରୋନା କଟକଣାକୁ ଆଖି ଆଗରେ ରଖି ଚଳିତ ବର୍ଷ ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ନିକଟରେ ଜାଗରରେ ଲାଗୁ ହେବ ୧୪୪ ଧାରା। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଆଠଗଡ଼ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖ ସକାଳ ୬ଟାରୁ ୧୨ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ଏହି ୧୪୪ ଧାରା ବଳବତ୍ତର ରହିବ। କେବଳ ପୀଠରେ ପୂଜକମାନଙ୍କ ଦ୍ୱାରା ନୀତିକାନ୍ତି କରାଯାଇ ରାତି ୧୨ଟା ପରେ ଉଠିବ ମହାଦୀପ।
ଆଠଗଡ଼ ଉପଜିଲ୍ଲାପାଳ ଓ ପୂଜକଙ୍କୁ ନେଇ ଆୟୋଜିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଆଠଗଡ ଉପଜିଲ୍ଲାପାଳ, ପୂଜକ ସମିତି ସଭାପତି, ସଂପାଦକ, ଚୌଦ୍ୱାର ଏସଡିପିଓଙ୍କ ସହ ସ୍ଥାନୀୟ ସରପଞ୍ଚ ପ୍ରମୁଖ ଯୋଗଦେଇଥିଲେ।