ରାଜ୍ୟରେ ଆଉ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୦ ନିକଟତର ହୋଇଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ଆଉ ୧୪୬ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୮୭ ଜଣ ସଂଗରୋଧ କେନ୍ଦ୍ରର ହୋଇଥିବା ବେଳେ ୫୯ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏଥିସହିତ ଏହି ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୨୫ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୂଆପଡ଼ା ଓ ସୁନ୍ଦରଗଡ଼ରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହି ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୩୮ ହଜାର ୯୬୩କୁ ବୃଦ୍ଧି ପାଇଛି। ସେଥିରୁ ୩ ଲକ୍ଷ ୩୬ ହଜାର ୧୨୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୮୬୭ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।